ଦେଶରେ ଦିନକରେ ୨୬,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୭/୯: ଦେଶରେ ଗତ ୨୪ ଘଣ୍ଟା ଭିତରେ ୨୬ ହଜାର ୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୭୮ ହଜାର ୭୮୬ କୁ ବୃଦ୍ଧି ପାଇଛି । ସେହିପରି ଆଜି ୨୯୫ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୧୯୪ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୨୯ ଲକ୍ଷ ୩୧ ହଜାର ୯୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୨ ଲକ୍ଷ ୯୯ ହଜାର ୬୨୦ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।