ରାଜ୍ୟରେ ଦିନକରେ ଆଉ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୭୪ ଜଣ

ଭୁବନେଶ୍ୱର, ୨୮/୯: ରାଜ୍ୟରେ ଏବେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୧୯ ଓ ସ୍ଥାନୀୟ ଅଞ୍ଚଳରୁ ୨୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୫,୩୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୧,୪୮୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୫୮୭ ଜଣ ଚିକିତ୍ସାଧୀନ ଅଛନ୍ତି।