ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୯/୯: ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୧୯୨କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୫୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ଲକ୍ଷ ୨୫ ହଜାର ୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫, ୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।