ଦେଶରେ ଦିନକରେ ୨୩ ହଜାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩୦/୯: ଦେଶରେ ଗତ ୨୪ ଘଣ୍ଟା ଭିତରେ ୨୩ ହଜାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ କୁ ବୃଦ୍ଧି ପାଇଛି । ସେହିପରି ଆଜି ୩୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୦୬୨ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୨ ଲକ୍ଷ ୭୭ ହଜାର ୦୨୦ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।