ରାଜ୍ୟରେ ଦିନକରେ ଆଉ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୫୭ ଜଣ

ଭୁବନେଶ୍ୱର,୨/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୩୩୬ ଜଣ ଚିକିତ୍ସାଧୀନ ଅଛନ୍ତି।