ଆସନ୍ତାକାଲି ପିପିଲି ଭୋଟ୍‌ ଗଣତି ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା

ଭୁବନେଶ୍ୱର, ୨/୧୦: ଆସନ୍ତାକାଲି ପିପିଲି ଭୋଟ୍‌ ଗଣତି ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଆସନ୍ତାକାଲି ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି କରାଯିବ। ଏହାପରେ ୮ଟା ୩୦ରୁ ଇଭିଏମ୍ ଗଣତି କରାଯିବ। ୨ଟି ହଲ୍‌ରେ ଇଭିଏମ୍ ଓ ଗୋଟିଏ ହଲ୍‌ରେ ପୋଷ୍ଟାଲ ବାଲାଟ ଗଣତି ହେବ। ଭୋଟ୍‌ ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।