ରାଜ୍ୟରେ ଦିନକରେ ଆଉ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୭୩ ଜଣ

ଭୁବନେଶ୍ୱର,୩/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୪,୪୧୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୨୮୦ ଜଣ ଚିକିତ୍ସାଧୀନ ଅଛନ୍ତି।