ଦେଶରେ ଗତ ୨୪ ଘଣ୍ଟା ଭିତରେ ୧୯,୭୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୯/୧୦: ଦେଶରେ ଗତ ୨୪ ଘଣ୍ଟା ଭିତରେ ୧୯ ହଜାର ୭୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୩୫ ହଜାର ୩୦୯ କୁ ବୃଦ୍ଧି ପାଇଛି । ସେହିପରି ଆଜି ୨୪୮ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୩୭୫ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୩୨ ଲକ୍ଷ ୪୮ ହଜାର ୨୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୨ ଲକ୍ଷ ୩୬ ହଜାର ୬୪୩ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।