ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

କଟକ, ୧୩/୧୦: ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ଆଜି ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସୁପ୍ରିମ୍‌ କୋର୍ଟ ମୁଖ୍ୟ ବିଚାରପତିଙ୍କ ସୁପାରିସରେ ସେମାନଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ଆଇନଜୀବୀ ମୃଗାଙ୍କ ଶେଖର ସାହୁ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିବା ବେଳେ  ଜୁଡିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ହେଲେ ହାଇକୋର୍ଟ ବିଚାରପତି । ସେହିପରି ଜୁଡିସିଆଲ ଅଫିସର ଶଶିକାନ୍ତ ମିଶ୍ର ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି।