ରାଜ୍ୟରେ ଦିନକରେ ଆଉ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ମୃତ

ଭୁବନେଶ୍ୱର,୧୪/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୩୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୧୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୩,୮୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୦,୧୬୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୩୧୪ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପଟେ ଆଜି ୬ ଜଣ କରୋନା ଜନିତ ମରୁ ଘଟିଛି ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୭୪ ବୃଦ୍ଧି ପାଇଛି।