ଆସନ୍ତା ୧୬ ଓ ୧୭ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪/୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଯାହା ପ୍ରଭାବରେ ରାଜ୍ୟରେ କୋହଲା ପାଗ ଓ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୬ ଓ ୧୭ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ବି ଏକ ସମୟରେ ଲଘୁଚାପ ସୃଷ୍ଟି ହୋଇଛି। ଏନେଇ IMD ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।