ଆସନ୍ତା ୨୦ରେ ଆସିବ ଆର୍ଯ୍ୟନ ଖାନଙ୍କ ଜାମିନ ଆବେଦନର ରାୟ

ନୂଆଦିଲ୍ଲୀ, ୧୪/୧୦: ଆସନ୍ତା ୨୦ରେ ଆର୍ଯ୍ୟନ ଖାନଙ୍କ ଜାମିନ ଆବେଦନର ରାୟ ଆସିବ। ମୁମ୍ବାଇ କ୍ରୁଜ୍ ଡ୍ରଗ୍ ମାମଲାରେ ଆର୍ଯ୍ୟନ ଖାନଙ୍କୁ ଆଜି ବି  ଜାମିନ ମିିଳିଲାନି। ଏହି ମାମଲାରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ।

ଅକ୍ଟୋବର ୨ ତାରିଖରେ ଡ୍ରଗ୍ସ ପାର୍ଟିରେ ସାମିଲ ହେବା ଅଭିଯୋଗରେ NCB ଆର୍ୟନ୍ ଖାନଙ୍କୁ ଗିରଫ କରିଥିଲା । ତାଙ୍କ ସହ ଅନ୍ୟ ୮ ଜଣ ମଧ୍ୟ ଧରାପଡିଥିଲେ । କୋର୍ଟ ଆର୍ୟନଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ । ବର୍ତ୍ତମାନ ଆର୍ୟନ୍ ମୁମ୍ବାଇର ଆର୍ଥର ରୋଡ୍ ଜେଲରେ ଅଛନ୍ତି ।