ରାଜ୍ୟରେ ଦିନକରେ ଆଉ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୫/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ   ୨୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୪,୨୭୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୦,୬୪୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୨୯୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପଟେ ଆଜି ୫ ଜଣ କରୋନା ଜନିତ ମରୁ ଘଟିଛି ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୭୯ ବୃଦ୍ଧି ପାଇଛି।