ରାଜ୍ୟରେ ଦିନକରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩ ମୃତ

ଭୁବନେଶ୍ୱର,୧୬/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ   ୨୦୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୪,୬୩୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୧,୧୮୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୧୧୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପଟେ ଆଜି ୩ ଜଣ କରୋନା ଜନିତ ମରୁ ଘଟିଛି ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି।