ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୧୭/୧୦: ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ତେବେ ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।  ଆସନ୍ତା ୨୦ ତାରିଖ ପରେ ବର୍ଷାର ପରିମାଣ କମିବ ।