ରାଜ୍ୟରେ ଆସନ୍ତା ୨ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୧୮/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ  ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।  ୧୯ ତାରିଖ ଦିନ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି। ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।