ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୮/୧୦: ରାଜ୍ୟରେ ଆଜି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୨୯୦କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୩୪୦  ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୪୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୨୨,୨୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୨୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।