କିପରି କଟିବ ଆଜି ଆପଣଙ୍କ ଦିନ: ୧୯/୧୦/୨୦୨୧

ମେଷ: ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ବୃଷ:ସୁସମ୍ବାଦ ପ୍ରାପ୍ତି ହେବ ଓ ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ଶତ୍ରୁମାନେ ପରାଜିତ ହୋଇ ବ୍ୟବସାୟ କ୍ଷେତ୍ରରେ ଆୟ ଉତ୍ତମ ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ଶୁଭ ଫଳ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ମିଥୁନ:ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ପୁରାତନ ରୋଗର ଉପଶମହୋଇ ଶରୀରସୁସ୍ଥ ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

କର୍କଟ:ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଶତୃ ପରାଜିତ ହେବେ । ବ୍ୟବସାୟରେ ସାମାନ୍ୟ ଚେଷ୍ଟା କଲେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ମିଳିବା ଦ୍ୱାରା ଲାଭବାନ୍ ହେବେ ।

ସିଂହ:ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗଙ୍କ ସହାୟତା ପ୍ରାପ୍ତିହେବ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ ସମୟ କଟିବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

କନ୍ୟା:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ତୁଳା:ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ ।

ବିଛା:ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।

ଧନୁ:ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ମକର:ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶତୃମାନେ ପରାଜିତ ହେବେ ।

କୁମ୍ଭ:ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ ।

ମୀନ:ଶତୃମାନଙ୍କ ଠାରୁ ଉପସମ ମିଳିବ ଓ ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଆୟର ପନ୍ଥା ସହଜ ହୋଇ ଆର୍ଥିକ ଚିନ୍ତା ଦୁରହେବ ଓ ବାପାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ।