କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୧୦/୨୦୨୧

ମେଷ:ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ।

ବୃଷ:ଶୁଭଖବର ପାଇ ଖୁସି ହେବେ ଓ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶତୃମାନଙ୍କ ଠାରୁ ଉପସମ ମିଳିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ ।

ମିଥୁନ:ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରି ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

କର୍କଟ:ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବ୍ୟବସାୟରେ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ଓ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି ।

ସିଂହ:ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଧର୍ମକର୍ମରେ ରୁଚି ବୃଦ୍ଧି ହେବ ।

କନ୍ୟା:ସମସ୍ତ କ୍ଷେତ୍ରରେ ସଫଳତା ମିଳିବ ଓ ସେୟାର ବଜାରରେ ମୁନାଫା ମିଳିବ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

ତୁଳା:ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।

ବିଚ୍ଛା:ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।

ଧନୁ:କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ।

ମକର:ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ।

ମୀନ:ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି ।