ଦେଶରେ ଦିନକରେ ୧୬,୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୬୬୬ ମୃତ

ନୂଆଦିଲ୍ଲୀ ,୨୩/୧୦ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୧୬ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୫୯,୫୬୨କୁ ବୃଦ୍ଧି ପାଇଛି । ସେହିପରି ଆଜି ୬୬୬ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୩୫ ଲକ୍ଷ ୩୨ ହଜାର ୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୧ ଲକ୍ଷ ୭୩ ହଜାର ୭୨୮ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।