କିପରି କଟିବ ଆଜି ଆପଣଙ୍କ ଦିନ: ୨୪/୧୦/୨୦୨୧

ମେଷ: ସାମାଜିକ ପତିଆରା ଅମଳିନ ରହିବ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ବୃଷ:ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ ଓ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟ ପାଇଁ କରିଥିବା ଯୋଗାଯୋଗ କ୍ଷେତ୍ରରୁ ଶୁଭ ସମ୍ବାଦ ପାଇବେ ।

ମିଥୁନ:ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

କର୍କଟ:ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ ଆଳସ୍ୟଭାବ ଦୂରେଇ ଯିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ।

ସିଂହ:ଶରୀର ସୁସ୍ଥ ରହିବା ସହ ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧିହେବ । କାରବାରରେ ସୁଧାର ଆସିବା ଯୋଗେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

କନ୍ୟା:ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ ।

ତୁଳା:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ ।

ବିଛା:ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

ଧନୁ:ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ବଡ଼ ଧରଣର ପ୍ରୋଜେକ୍ଟରେ ଟଙ୍କା ନିବେଶ କରିବା ପାଇଁ ଚୁକ୍ତିପତ୍ର ହୋଇପାରେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସବୁ କାର୍ଯ୍ୟରେ ସାହାଯ୍ୟ ସହଯୋଗ କରିବେ ।

ମକର:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଛାତ୍ର ଛାତ୍ରୀମାନେ ନିଜ କ୍ୟାରିୟରର ଉନ୍ନତିପାଇଁ ଚେଷ୍ଟିତ ରହିବେ । ନିଜର ଜୀବନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶରେ ବ୍ୟବସାୟରେ ଲାଭ ପ୍ରାପ୍ତି ହେବ ।

କୁମ୍ଭ:ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାର ସଦସ୍ୟଙ୍କ ସହିତ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଟେକ୍ନିକାଲ୍‌ ବିଷୟ ଉପରେ ନିଜର ଜ୍ଞାନ ବଢ଼ାଇବାକୁ ଚେଷ୍ଟା କରିବେ ।

ମୀନ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି ।