ରାଜ୍ୟରେ ଦିନକରେ ଆଉ ୪୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୫,୯୧୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୫୫୪ ଜଣ ଚିକିତ୍ସାଧୀନ ଅଛନ୍ତି।