ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୫/୧୦: ରାଜ୍ୟରେ ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ସରକାର। ନିର୍ବାଚନ ପୂର୍ବରୁ ଓ୍ବାର୍ଡ଼ ପୁନର୍ଗଠନ, ସଂରକ୍ଷଣ କାର୍ଯ୍ୟ ଶେଷ କରିବାକୁ ପଦକ୍ଷେପ ଆରମ୍ଭ ହୋଇଛି। ରାଜ୍ୟରେ ଥିବା ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ପୁଣି ଥରେ ଆସନ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ କରାଯିବ । ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ୧୨ ତାରିଖ ସୁଦ୍ଧା ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ସରିବ । ୧୦୫ଟି ପୌରପାଳିକା ମଧ୍ୟରୁ ୧୦୧ଟି ୱାର୍ଡର କାର୍ଯ୍ୟକାଳ ସରିଛି । ନଭେମ୍ବର ୧୧ ତାରିଖରେ ପ୍ରକାଶ ପାଇବ ଚିଠା ତାଲିକା । ୧୮ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଦାଖଲ ହେବ ଆପତ୍ତି ଅଭିଯୋଗ । ୨୯ ତାରିଖରେ ଚୁଡାନ୍ତ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇବ।