ରାଜ୍ୟରେ ଦିନକରେ ଆଉ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର,୨୭/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୧୮ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୯,୮୧୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୬,୭୭୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୬୭୩ ଜଣ ଚିକିତ୍ସାଧୀନ ଅଛନ୍ତି।