ରାଜ୍ୟରେ ଦିନକରେ ଆଉ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୧୨ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୦,୫୯୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୭,୬୫୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୫୬୩ ଜଣ ଚିକିତ୍ସାଧୀନ ଅଛନ୍ତି।