ଅଭିନେତା ପୁନୀତ ରାଜକୁମାରଙ୍କ ପରଲୋକ

ମୁମ୍ବାଇ, ୨୯/୧୦:ଲୋକପ୍ରିୟ କନ୍ନଡ଼ ଅଭିନେତା ପୁନୀତ ରାଜକୁମାରଙ୍କ ଆଜି ପରଲୋକ ଘଟିଛି। କିଛି ସମୟ ପୂର୍ବରୁ ହୃଦ୍‌ଘାତରେ ଶିକାର ହୋଇ ବେଙ୍ଗାଲୁରୁର ଏକ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୬ ବର୍ଷ ହୋଇଥିଲା।  ସେ ହେଉଛନ୍ତି କନ୍ନଡ଼ର ପ୍ରଖ୍ୟାତ ଅଭିନେତା ରାଜକୁମାରଙ୍କ ପୁଅ। ୨୯ଟି କନ୍ନଡ଼ ଫିଲ୍ମରେ ଲିଡ୍‌ ରୋଲ୍‌ରେ ଅଭିନୟ କରିଥିଲେ ପୁନୀତ। ୧୯୮୫ରେ ସେ ଶ୍ରେଷ୍ଠ ଶିଶୁ କଳାକାର ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ଶେଷଥର ପାଇଁ ଚଳିତ ବର୍ଷ ‘ଯୁବରତ୍ନ’ ଫିଲ୍ମରେ ସେ ଅଭିନୟ କରିଥିଲେ ।