ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର, ୧୩/୧୧: ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ । ନବମ ଓ ଦଶମ ଶ୍ରେଣୀ ପିଲା ଏହା ପଢ଼ିବାର ସୁଯୋଗ ପାଇବେ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।