କିପରି କଟିବ ଆଜି ଆପଣଙ୍କ ଦିନ: ୩/୧୧/୨୦୨୧

ମେଷ: ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ।

ବୃଷ:ସାମାଜିକ ପତିଆରା ଅମଳିନ ରହିବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ।

ମିଥୁନ: ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

କର୍କଟ:ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଧନର ଆଗମନ ହୋଇପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ ।

ସିଂହ:ଶୁଭ ସମ୍ବାଦପାଇ ଖୁସିହେବେ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା:ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । ଅନେକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ ।

ତୁଳା:ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମନ ସନ୍ତୁଷ୍ଟ ରହିବ ।

ବିଛା:ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ବିଦେଶ ଯାତ୍ରାରେ ଯଶ ଲାଭ ଓ ବ୍ୟବସାୟରେ ଲାଭବାନ ହେବେ ।

ଧନୁ:ଶୁଭ ସମାଚାର ଶୁଣିବେ । ନୂତନ ବ୍ୟବସାୟରେ ନିବେଶ କରିପାରିବେ । ଭାଗିଦାରୀ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଇଣ୍ଟରଭ୍ୟୁ ଆଦିରେ ସଫଳତା ପାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ ।

ମକର:ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତିରେ ସଫଳତା ମିଳିବ । ସାମ୍ବାଦିକତା, ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

କୁମ୍ଭ:ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

ମୀନ:କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଉତ୍ତରଦାୟିତ୍ୱ ବଢ଼ିବ । ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।