ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ଚାଲିଛି ବିଚାର

ଭୁବନେଶ୍ୱର, ୩/୧୧: ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ପିଲାଙ୍କ ପାଠ ପଢା ଉପରେ ବେଶ ପ୍ରଭାବ ପଡିଛି। ତେଣୁ ଏବେ କରୋନା ସଂକ୍ରମଣ ଟିକେ କମିବା ପରେ ସ୍କୁଲ ଓ କଲେଜ ଧୀରେ ଧୀରେ ଖୋଲୁଛି। ଏହାରିମଧ୍ୟରେ ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବ। ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ। ନୂଆବର୍ଷ ବେଳକୁ ସବୁ କ୍ଲାସ ଖୋଲି ସାରିଥିବ ବୋଲି ଆଶାବାଦୀ ଥିବା  ସେ କହିଛନ୍ତି।