ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪/୧୧: ରାଜ୍ୟରେ ଦିନକୁ ଦିନ ପେଟ୍ରୋଲ ଓ ଡିଜେଲ ଦର ଆକାଶ ଛୁଆଁ ହେବାରେ ଲାଗିଥିଲା। ଏହାରିମଧ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ୟ ସରକାର । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଭାଟ୍ ହ୍ରାସ ୫ ତାରିଖ ମଧ୍ୟରାତ୍ରରୁ ଲାଗୁ ହେବ । ସୂଚନାଯୋଗ୍ୟ ଯେ ଗତକାଲି ପେଟ୍ରୋଲ, ଡିଜେଲରୁ ଉତ୍ପାଦ ଶୁଳ୍କ ହ୍ରାସ କରିଥିଲା କେନ୍ଦ୍ର ।