ରାଜଧାନୀ ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୩।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୨ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୧୯କୁ ବୃଦ୍ଧି ପାଇଥିବା ବେଳେ ୨୯୦୭୪ଜଣ ସୁସ୍ଥ ହୋଇଛନ୍ତି ଓ ୧୮୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୭୩୫ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।