କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୪ା୧୦: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଏହାରି ମଧ୍ୟରେ କୋଭିଡ଼ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ସମୀକ୍ଷା କରିଛନ୍ତି । କରୋନା ଆକ୍ରାନ୍ତଙ୍କ ବଢ଼ି ଚାଲୁଥିବା ବେଳେ କୋଭିଡ଼ ପରିଚାଳନାରେ ଓଡ଼ିଶା କ୍ରମାଗତ ଭାବେ ଭଲ ପ୍ରଦର୍ଶନ କରିଆସୁଛି । ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି । ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କତା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପଟେ ଅର୍ଥନୈତିକ କାର୍ଯ୍ୟକ୍ରମକୁ ଜୋରଦାର କରିବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଏହି କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।