ରାଜ୍ୟରେ ଆଜି ୧୫୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୩/୧୧(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୧୫୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୯୫୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୯, ଖୋର୍ଦ୍ଧା ରୁ ୧୨୭, କଟକରୁ ୧୨୨, ମୟୁରଭଞ୍ଜ ରୁ ୯୩, ଅନୁଗୁଳରୁ ୭୬, ନୂଆପଡ଼ାରୁ ୭୬, ବଲାଙ୍ଗୀର ରୁ ୭୫,  ବରଗଡ଼ ରୁ ୬୮ ଜଣ ସୁସ୍ଥ ହୋଇଛନ୍ତି ।