ରାଜ୍ୟରେ ତଳମୁହାଁ କରୋନା ମିଟର, ଦିନକରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୦/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୬୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୪,୪୨୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୩,୦୨୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୯୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।