ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୧/୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅଵପାତ ରୂପ ନେଇଥିଲା। ଏହାପରେ ଅବପାତ ଆଜି ସଂଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସମ୍ଭାବନା ରହିଛିି। ଏହାସହ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା ଥିବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।