ଦୁର୍ନୀତି ଓ ଅପାରଗତା ପାଇଁ ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୨/୧୧: ରାଜ୍ୟର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ଦୁର୍ନୀତି ଓ ଅପାରଗତା ପାଇଁ ୮ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆସରିଲାଣି । ଏହି ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ୱରେ ଥିବା ଓ.ଏ.ଏସ୍‌ ଅଧିକାରୀ ରାମଚନ୍ଦ୍ର ଜେନା, ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ତଥା ଓଏଏସ୍ ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତି, ସୁନ୍ଦରଗଡ଼ ଲାଠିକଟାର ପୂର୍ବତନ ତହସିଲଦାର ତଥା ବର୍ତ୍ତମାନ ବରଗଡ଼ର ଅମ୍ବାଭୋନାରେ ବିଡିଓ ଥିବା ଓଏଏସ୍ ଅଧିକାରୀ ଆଲଫୋନ୍ସ ବିଲୁଙ୍ଗ, କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁ, କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ୍ ସିଡିପିଓ ମୀନା ପାତ୍ର, ଥୁଆମୂଳ ରାମପୁର ବ୍ଲକ୍ ସିଡିପିଓ ପୁଷ୍ପାଞ୍ଚଳି ରଥ, ଦେବଗଡ଼ର ପୂର୍ବତନ ଡେପୁଟି ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର, ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍‌ର କ୍ୟାସିଅର ପ୍ରଭାକର ପ୍ରଧାନ।