ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୩/୧୧: ବଙ୍ଗୋପସାଗର ରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇଛି। ଏହାସହ ଆଜି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରିମଧ୍ୟରେ ଭୁବନେଶ୍ବର ଓ କଟକ ସମେତ ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ତେଣୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୦ ଜିଲ୍ଲାଗୁଡିକ ହେଉଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଗଜପତି, ପୁରୀ, କଳାହାଣ୍ଡି, ଖୋର୍ଦ୍ଧା, କଟକ ଓ କେନ୍ଦୁଝର।