କିପରି କଟିବ ଆଜି ଆପଣଙ୍କ ଦିନ: ୧୬/୧୧/୨୦୨୧

ମେଷ: ଅଚାନକ ଭାବରେ ଦୂରଯାତ୍ରା କରିବେ । ଅଫିସରେ ଟେନସନ ଦୂର ହେବ । କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଛାତ୍ର ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ ।

ବୃଷ:ସ୍ଵାସ୍ଥ୍ୟରେ ସୁଧାର ଆସିବ । ଜାଗାଜମି, ଯାନବାହନ ଆଦି କ୍ରୟ କରିପାରିବେ । ଆର୍ଥିକ ବୃଦ୍ଧି ସହ ଯଶ ସମ୍ମାନ ବଢିବ । କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସା ପାଇବେ ।

ମିଥୁନ: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ।

କର୍କଟ:ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ ।

ସିଂହ:ଶତୃମାନେ ଦୂରେଇ ଯିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

କନ୍ୟା:ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ ।

ତୁଳା:ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

ବିଛା:ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ ।

ଧନୁ:କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ ।

ମକର:ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ ।

କୁମ୍ଭ: ସମୟ ଅନୁକୂଳ ହୋଇଥିବାରୁ ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି ।

ମୀନ:ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ।