ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା, ୩ ନୂଆ କୃଷି ଆଇନ ପ୍ରତ୍ୟାହାର

ନୂଆଦିଲ୍ଲୀ, ୧୯/୧୧: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।  କେନ୍ଦ୍ର ସରକାରଙ୍କ ୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର ହେବ। ଏହାସହ ଆନ୍ଦୋଳନରତ କୃଷକଙ୍କୁ ଘରକୁ ଯିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ । ଚଳିତ ସଂସଦ ଅଧିବେଶନରେ ଆଇନ ପ୍ରତ୍ୟାହାର ନେଇ ସାମ୍ବିଧାନିକ ପ୍ରକ୍ରିୟା ଶେଷ କରାଯିବ ବୋଲି ସେ କହିିିଛନ୍ତି । କୃଷିରେ ସୁଧାର ଆଣିବା ପାଇଁ ସରକାର ତିନିଟି ନୂଆ ଆଇନ ଆଣିଥିଲେ, ଯାହା ଦ୍ୱାରା କ୍ଷୁଦ୍ର ଚାଷୀଙ୍କୁ ଅଧିକ ଶକ୍ତି ମିଳିଥାନ୍ତା । କୃଷକଙ୍କ ସ୍ୱାର୍ଥ ପାଇଁ ତିନି ନୂଆ କୃଷି ଆଇନକୁ ପ୍ରତ୍ୟାହାର କରାଯାଇଥିବା ମୋଦି ଘୋଷଣା କରିଛନ୍ତି ।