ପ୍ରଧାନମନ୍ତ୍ରୀଙ୍କ ଘୋଷଣାକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ

ଭୁବନେଶ୍ୱର, ୧୯/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିଛନ୍ତି । କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ୱାଗତ ଜଣାଇଛନ୍ତି । ଦେଶ ଓ କୃଷକଙ୍କ ହିତରେ ପ୍ରଧାନମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଆନ୍ଦୋଳନରତ କୃଷକଙ୍କ ସ୍ୱାଗତ ପାଇଁ କ୍ଷେତ ଓ ପରିବାର ଚାହିଁ ବସିଛନ୍ତି। ବିଜେଡି ସବୁବେଳେ କୃଷକଙ୍କୁ ସମର୍ଥନ କରି ଆସିଛି ବୋଲି ନବୀନ କହିଛନ୍ତି ।

ସୂଚାନଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଘୋଷଣା କରିଛନ୍ତି । ପ୍ରତ୍ୟାହାର ହେବ ତିନି ନୂଆ କୃଷି ଆଇନ । ଚଳିତ ସଂସଦ ଅଧିବେଶନରେ ଆଇନ ପ୍ରତ୍ୟାହାର ନେଇ ସାମ୍ବିଧାନିକ ପ୍ରକ୍ରିୟା ଶେଷ କରାଯିବ । ଅନ୍ୟପଟେ ଆନ୍ଦୋଳନରତ କୃଷକଙ୍କୁ ଘରକୁ ଯିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ । କୃଷିରେ ସୁଧାର ଆଣିବା ପାଇଁ ସରକାର ତିନିଟି ନୂଆ ଆଇନ ଆଣିଥିଲେ । ଏହା ଦ୍ୱାରା କ୍ଷୁଦ୍ର ଚାଷୀଙ୍କୁ ଅଧିକ ଶକ୍ତି ମିଳିଥାନ୍ତା । କିନ୍ତୁ ନୂଆ ଆଇନ ନେଇ କୃଷକ ଗୋଷ୍ଠୀ ବିରୋଧ କରୁଥିଲେ । ଏହି ମାମଲା ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିଲା । ତେଣୁ କୃଷକଙ୍କ ସ୍ୱାର୍ଥ ପାଇଁ ତିନି ନୂଆ କୃଷି ଆଇନକୁ ପ୍ରତ୍ୟାହାର କରାଯାଇଥିବା ମୋଦି ଘୋଷଣା କରିଥିଲେ ।