ରାଜ୍ୟରେ ଦିନକରେ ଆଉ ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୧/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି  ୪୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୬,୨୩୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।