ଖୁସି ଖବର: ରାଜ୍ୟରେ ଆଜି ୧୨୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୬/୧୧(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୧୨୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୯୯୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ,ମୟୂରଭଞ୍ଜ ୧୩୩, କଟକ ୧୧୧, ବାଲେଶ୍ବର ୧୦୦, ଅନୁଗୁଳ ୭୬, ସୁନ୍ଦରଗଡ଼ ୭୪, ଜଗତସିଂହପୁର ୬୭, କେନ୍ଦ୍ରାପଡ଼ାରୁ ୬୨ ଜଣ ସୁସ୍ଥ ହୋଇଛନ୍ତି ।