ରାଜ୍ୟରେ ଦିନକରେ ଆଉ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୭୬୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୦,୧୩୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୪୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।