ରାଜ୍ୟରେ ଦିନକରେ ଆଉ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୧୦୫ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୭୫୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୧,୩୬୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୮୯୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।