ରାଜ୍ୟରେ ଦିନକରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୧୦୧ ଓ ସ୍ଥାନୀୟ ଅଞ୍ଚଳରୁ ୭୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୯୨୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୧,୫୩୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୦୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।