ରାଜଧାନୀ ଭୁବନେଶ୍ୱରରୁ ଆଜି ୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୭।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୬୪ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୨୨୭କୁ ବୃଦ୍ଧି ପାଇଥିବା ବେଳେ ୨୯୩୫୮ଜଣ ସୁସ୍ଥ ହୋଇଛନ୍ତି ଓ ୧୯୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୬୫୦ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।