ଓମିକ୍ରନକୁ ନେଇ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର, ୧୬/୧୨: ଏବେ ଚିନ୍ତା ବଢ଼ାଇଲାଣି ଓମିକ୍ରନ। ଏହାରିମଧ୍ୟରେ ଓମିକ୍ରନ କୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି  ସଂପର୍କରେ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବାହାର ଦେଶରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ କଡା ନଜର ରଖିଛି ସ୍ୱାସ୍ଥ୍ୟ ବିଭାଗ । ପଜିଟିଭ ଚିହ୍ନଟ ହେଉଥିବା ଥିବା ବ୍ୟକ୍ତିଙ୍କ ପାଇଁ ସରକାରୀ ବ୍ୟବସ୍ଥା ଥିବା ହସ୍ପିଟାଲରେ ସ୍ୱତନ୍ତ୍ର ବ୍ଲକ କରାଯିବ। ଯେପରି ଅନ୍ୟ ରୋଗୀଙ୍କ ସହ ସଂସ୍ପର୍ଶରେ ନଆସିବେ ବ୍ୟବସ୍ଥା କରାଯିବ ।