ରାଜ୍ୟରେ ଆଜି ୧୩୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୭/୧୧(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୧୩୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୧୪୪, ଖୋର୍ଦ୍ଧା ରୁ ୧୪୩, ସୁନ୍ଦରଗଡ଼ରୁ ୧୧୬, ମୟୁରଭଞ୍ଜ ରୁ ୮୭, ପୁରୀରୁ ୭୭, ଜଗତସିଂହପୁର ରୁ ୭୪, ବରଗଡ ରୁ ୬୨ ଜଣ ସୁସ୍ଥ ହୋଇଛନ୍ତି ।