ତୃତୀୟ ଲହର ସମ୍ଭାବନା ନିଶ୍ଚିତ ବୋଲି କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୮/୧୨: ରାଜ୍ୟରେ ଓମିକ୍ରନ ସହ ତୃତୀୟ ଲହର ପାଇଁ ପ୍ରସ୍ତୁତ ହେଉଛନ୍ତି ସରକାର। ଏହାରିମଧ୍ୟରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି ଯେ ଯେତେ ରୋଗୀ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ ଓ ସବୁ ପରିସ୍ଥିତି କୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛୁ । ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ନିଶ୍ଚିତ ବୋଲି ସେ କହିଛନ୍ତି ।

ଅନ୍ୟପଟେ ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ୱେନ୍ସିଂ ଆବଶ୍ୟକ । ତେଣୁ ସିକ୍ୱେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ ରିସ୍କ କଣ୍ଟ୍ରିରୁ ୧୫ ଶହରୁ ଅଧିକ ଲୋକ ଆସିଲେଣି । ତେଣୁ ରାଜ୍ୟର ସମସ୍ତ କୋଭିଡ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ୱତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।