ଆମ ଓଡ଼ିଶା ନବୀନ ଓଡ଼ଶା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୦/୧୦:  ରାଜ୍ୟ ସରକାରଙ୍କର  ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ଆଜିଠାରୁ କାର୍ଯ୍ୟକ୍ଷମ ହୋଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡ଼ିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ।